Take a fresh look at your lifestyle.

Manorama Mohapatra: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ବିଲୀନ ହେଲେ ମନୋରମା ମହାପାତ୍ର

0 796

Get real time updates directly on you device, subscribe now.

Manorama Mohapatra: ପୁରୀ: ବିଶିଷ୍ଟ ଓଡିଆ ସାହିତ୍ୟିକା ତଥା ଶତବାର୍ଷିକୀ ଦୈନିକ ଖବରକାଗଜ ‘ସମାଜ’ର ପୂର୍ବତନ ସମ୍ପାଦିକା ସମାଜସେବୀ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁରୀ ସ୍ଵର୍ଗଦ୍ଵାର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମନୋରମାଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଆରକ୍ଷୀ ଅଧିକ୍ଷକ କନ୍ଵର୍ ବିଶାଳ ସିଂହ ସବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ। ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତରନ୍ ସାହୁ, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୀତେନ୍ଦ୍ର ସାହୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ଉପସଭାପତି ତଥା ସମାଜର ପ୍ରକାଶକ ଓ ମୁଦ୍ରାକର ନିରଞ୍ଜନ ରଥ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ଥିଲେ। ପୁରୀର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଯଶସ୍ବୀ ସାରସ୍ଵତ ସାଧିକାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

ସୂଚନାଯୋଗ୍ୟ ୧୯୩୪ ମସିହା ଜୁନ୍‌ ୧୦ରେ ଡକ୍ଟର ମହାପାତ୍ରଙ୍କର ଜନ୍ମ ହୋଇଥିଲା। ପିତା ‘ସମାଜ’ର ପୂର୍ବତନ ସମ୍ପାଦକ ତଥା ଲୋକସେବକ ମଣ୍ଡଳର ପୂର୍ବତନ ଅଧ୍ୟକ୍ଷ ପଦ୍ମଭୂଷଣ ଡକ୍ଟର ରାଧାନାଥ ରଥ। ଜଣେ ଉଚ୍ଚକୋଟୀର କବି, ସମ୍ପାଦିକା ଓ ସମାଜସେବୀ ଭାବେ ତାଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ଜଣେ ଓଜସ୍ବିନୀ ବକ୍ତା ଭାବେ ସେ ଅଶେଷ ଲୋକପ୍ରିୟତା ହାସଲ କରିଥିଲେ। ବିଶେଷ କରି ମାନବବାଦୀ, ସାମ୍ୟବାଦୀ ଓ ବୈପ୍ଳବିକ ଚିନ୍ତାଧାରା ତାଙ୍କ ସାହିତ୍ୟ କୃତିରେ ପରିସ୍ଫୁଟିତ ହୋଇଛି। ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ସୋଭିଏତ୍‌ଲାଣ୍ଡ ପୁରସ୍କାର ଭଳି ଅନେକ ମର୍ଯ୍ୟାଦାଜନକ ପୁରସ୍କାର ଲାଭ କରିବା ସହିତ ରମାଦେବୀ ବିଶ୍ବବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‌ ଉପାଧି ଲାଭ କରିଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.