Take a fresh look at your lifestyle.

CM Naveen Patnaik visit Balangir: ବଲାଙ୍ଗୀରରେ ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ

0 448

Get real time updates directly on you device, subscribe now.

CM Naveen Patnaik visit Balangir: ବଲାଙ୍ଗୀର: ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡ଼ିଶା । ଫଳରେ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ପ୍ରାୟ ୮୨୮ କୋଟି ଟଙ୍କାର ୧୨୮ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଟିଟିଲାଗଡ଼, ପାଟଣାଗଡ଼ ଓ ବଲାଙ୍ଗୀର ଟାଉନ ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ନବୀନ। ଫଳରେ ବିକାଶର ନକ୍ସାରେ ଯୋଡ଼ି ହୋଇଛି ବଲାଙ୍ଗୀର। ତେବେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବେ ସରୋଜିନୀ ବହିଦାରଙ୍କୁ ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ। ସେପଟେ ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି କାର୍ଡର ଲାଭ ଉଠାଇ ପାରିବେ।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ପାଟଣାଗଡରେ ମୁଖ୍ୟମନ୍ତ୍ରୀ ହରିଶଙ୍କର ପୀଠର ବିକାଶ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖିଥିଲେ ।
ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ସ୍ମାର୍ଟ ହେଲ୍ଥ କାର୍ଡର ବ୍ୟବସ୍ଥା ସାଧାରଣ ଲୋକଙ୍କର ଚିକିତ୍ସା ବ୍ୟବସ୍ଥାରେ ରୂପାନ୍ତର ଆଣିପାରିବ ବୋଲି କହିଥିଲେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ୟ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି। ଏଭଳି ବ୍ୟବସ୍ଥା କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ । ସାରା ଓଡିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ, ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେପଟେ ବଲାଙ୍ଗୀର ଜିଲ୍ଲାରେ ୮୨୮ କୋଟି ଟଙ୍କାର ୧୨୮ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ହୋଇଛି । ଏହା ମଧ୍ୟରୁ କେବଳ ବଲାଙ୍ଗୀର ପାଇଁ ୪୭୮ କୋଟି ଟଙ୍କାର ୭୫ଟି ପ୍ରକଳ୍ପ, ପାଟଣାଗଡ଼ରେ ୧୧୫.୭୧ କୋଟିର ୨୩ଟି ପ୍ରକଳ୍ପ, ଟିଟିଲାଗଡ଼ରେ ୨୩୩.୧୪ କୋଟିର ୩୦ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନା କିଭଳି ସିଧାସଳଖ ଭାବେ ତୃଣମୂଳ ସ୍ତରରେ ପହଞ୍ଚିବ ସେନେଇ ବରିଷ୍ଠ ମନ୍ତ୍ରୀ ଓ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ବ ନ୍ୟସ୍ତ କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.