Take a fresh look at your lifestyle.

ଜାଣନ୍ତୁ କେମିତି ରହିବ ଆପଣଙ୍କ ପାଇଁ ଶନିବାର

0 289

Get real time updates directly on you device, subscribe now.

Horoscope Today 10 December 2022: ମେଷ – ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

ବୃଷ- ଶାରୀରିକ କ୍ଲେଶ ବୃଦ୍ଧି ପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଘାତ ଚନ୍ଦ୍ର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ମିଥୁନ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

କର୍କଟ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

ସିଂହ- ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

କନ୍ୟା- ମାନସିକ ଅବସାଦ ଦେଖାଦେବ । କର୍ମ କ୍ଷେତ୍ରରେ କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ପାରିବାରିକ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ ।

ତୁଳା- ମାନସିକ ଶାନ୍ତି ବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ।

ବିଛା- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବ ଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ଧନୁ- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

ମକର- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

କୁମ୍ଭ- ମନ ପ୍ରସନ୍ନ ରହିବ। ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ। ବ୍ୟବସାୟରେ ଅଗ୍ରଗତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ।

ମୀନ- ଶାରୀରିକ ସୁସ୍ଥତା ଲାଭ କରିବେ। କର୍ମ କ୍ଷେତ୍ର ଉଜ୍ଜଳମୟ ହେବ। ଆୟ ବୃଦ୍ଧି ପାଇବ। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ।

Get real time updates directly on you device, subscribe now.

Leave A Reply

Your email address will not be published.